Odia News Portal

ଓଡ଼ିଶା କୃଷି ଶିଳ୍ପ ନିଗମ ଲିମିଟେଡ୍‌, ନବୀନ ଗ୍ରହଣ କଲେ ୧୫.୩୭ କୋଟି ଟଙ୍କାର ଚେକ୍‌

ସମବାୟ ବିଭାଗ ଅଧୀନସ୍ଥ ରାଜ୍ୟ ସମବାୟ ବ୍ୟାଙ୍କ୍ ଏବଂ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅଧୀନସ୍ଥ ଓଡ଼ିିଶା କୃଷି ଶିଳ୍ପ ନିଗମ ଲିମିଟେଡ୍ ପକ୍ଷରୁ ରାଜ୍ୟ ସରକାରଙ୍କୁ ମୋଟ୍ ୧୫ କୋଟି ୩୭ ଲକ୍ଷ ୭୭,୭୯୪ ଟଙ୍କାର ଲାଭାଂଶ ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଲାଭାଂଶ ଚେକ୍ ଗ୍ରହଣ କରିଛନ୍ତି । ଶୁକ୍ରବାର ନବୀନ ନିବାସ ଠାରେ ରାଜ୍ୟ ସମବାୟ ବ୍ୟାଙ୍କ ପକ୍ଷରୁ ୨୦୨୧-୨୨ ଓ ୨୦୨୨-୨୩ ଆର୍ôଥକ ବର୍ଷ ପାଇଁ ୯ କୋଟି ୭୫ ଲକ୍ଷ ୨୪ ହଜାର ଟଙ୍କାର ଏକ ଚେକ୍ ଲାଭାଂଶ ବାବଦରେ ବିଭାଗୀୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିଛନ୍ତି । କାର୍ଯ୍ୟକ୍ରମରେ ସମବାୟ ବିଭାଗର କମିଶନର-ତଥା-ଶାସନ ସଚିବ ଅରବିନ୍ଦ ଅଗ୍ରୱାଲ ଓ ରାଜ୍ୟ ସମବାୟ ବ୍ୟାଙ୍କର ସଭାପତି ଟି ପ୍ରସାଦ ରାଓ ଦୋରା ଉପସ୍ଥିତ ଥିଲେ । ସେହିପରି ଓଡ଼ିିଶା କୃଷି ଶିଳ୍ପ ନିଗମ ପକ୍ଷରୁ ୨୦୨୦-୨୧ ଏବଂ ୨୦୨୧-୨୨ ଆର୍ôଥକ ବର୍ଷ ପାଇଁ ସମୁଦାୟ ୫ କୋଟି ୬୨ ଲକ୍ଷ ୫୩ ହଜାର ୭୯୪ ଟଙ୍କା ପ୍ରଦାନ କରାଯାଇଛି । କୃଷି ଶିଳ୍ପ ନିଗମର ଅଧ୍ୟକ୍ଷ ଦେବାଶିଷ ମହାନ୍ତି ଏହି ଚେକ୍ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିଛନ୍ତି । ଏହି ଅବସରରେ କୃଷି ନିର୍ଦ୍ଦେଶକ ତଥା ନିଗମର ପରିଚାଳନା ନିର୍ଦ୍ଦେଶ ପ୍ରେମଚାନ୍ଦ ଚୌଧୁରୀ ଓ ଅନ୍ୟାନ୍ୟ ପଦାଧିକାରୀ ଉପସ୍ଥିତ ଥିଲେ ।