Odia News Portal

ତାତିରୁ ମିଳିପାରେ ସାମାନ୍ୟ ଆଶ୍ୱସ୍ତି, କିଛି ଜିଲ୍ଲାରେ ଆଜିଠୁ ବର୍ଷା ସମ୍ଭାବନା

ଗତ କିଛି ଦିନ ଧରି ଅନୁଭୂତ ହେଉଥିବା ତାତିରୁ ଆଜି ଆଶ୍ୱସ୍ତି ମିଳିବା ସମ୍ଭାବନା ରହିଛି। ପଶ୍ଚିମା ଝଡ଼ ପ୍ରଭାବରେ କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ଆସନ୍ତା ୨୬ ତାରିଖ ଯାଏ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। କୋରାପୁଟ, ମୟୂରଭଞ୍ଜ, ଢେଙ୍କାନାଳ, ଖୋର୍ଦ୍ଧା, ବୌଦ୍ଧ, ଗଞ୍ଜାମ, କନ୍ଧମାଳ ଓ ପୁରୀରେ ବର୍ଷା ସମ୍ଭାବନା ରହିଛି। ଏଣେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ଆଉ କିଛି ଅଞ୍ଚଳରେ ତାତି ବଢିବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।