ଇସିଆଇ ଆଜି ଆଇପିଏସ ଡି.ଏସ କୁଟ୍ଟେଙ୍କ ଉପରୁ ନିଲମ୍ବନ ଉଠାଇଦେଇଛନ୍ତି । ଏନେଇ ଇସିଆଇ ଆଜି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ସୂଚନା ଦେଇଛନ୍ତି । ତେବେ ନିଲମ୍ବନ ଆଦେଶ ହଟିବା ପରେ ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ କରିବାକୁ କୁଟ୍ଟେଙ୍କୁ ନିଦେ୍ର୍ଧଶ ଦିଆଯାଇଛି । ମାତ୍ର କୁଟ୍ଟେଙ୍କ ବିରୋଧରେ ବିଭାଗୀୟ ତଦନ୍ତ ଚାଲିବ ବୋଲି ଇସିଆଇ ସ୍ପଷ୍ଟ କରିଛନ୍ତି । ସିଏମଓରେ ସ୍ପେଶାଲ ସେକ୍ରେଟାରୀ ଭାବେ କାର୍ୟ୍ୟ କରୁଥିବା ଡି.ଏସ କୁଟ୍ଟେଙ୍କୁ ଚଳିତ ନିର୍ବାଚନ ପ୍ରକ୍ରିୟାରେ ଅନୈତିକ ହସ୍ତକ୍ଷେପ କରୁଥିବା ଅଭିଯୋଗରେ ନିଲମ୍ବିତ କରାଯାଇଥିଲା ।
୧୯୯୭ ବ୍ୟାଚ୍ ଆଇପିଏସ୍ ଡିଏସ କୁଟ୍ଟେଙ୍କୁ ନିର୍ବାଚନ ଭିତରେ ଚାକିରିରୁ ନିଲମ୍ବନ କରାଯାଇ ଦିଲ୍ଲୀରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଥିଲା ।
ନବୀନଙ୍କଙ୍କ ବ୍ୟକ୍ତିଗତ ସଚିବ ଡିଏସ୍ କୁଟ୍ଟେଙ୍କୁ ଚାକିରିରୁ ତତ୍କାଳ ପ୍ରଭାବରୁ ନିଲମ୍ବନ କରାଯିବା ସହ ତାଙ୍କୁ ନୂଆଦିଲ୍ଲୀସ୍ଥିତ ମୁଖ୍ୟ ଆବାସିକ କମିଶନରଙ୍କ କାର୍ୟ୍ୟାଳୟରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ଏହାସହିତ ଡିଏସ କୁଟ୍ଟେଙ୍କ ବିରୁଦ୍ଧରେ ଥିବା ଚିଠା ଚାର୍ଜସିଟକୁ ରାଜ୍ୟ ମୁଖ୍ୟ ସଚିବଙ୍କୁ ଦେବା ପାଇଁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଥିଲା । ଡିଏସ କୁଟ୍ଟେଙ୍କ ବିରୁଦ୍ଧରେ ଚାକିରି ସର୍ତ୍ତାବଳୀ ଅନୁସାରେ ଆବଶ୍ୟକ ଚାର୍ଜସିଟ୍ ମେ’ ୩୦ତାରିଖ ସୁଦ୍ଧା ପ୍ରସ୍ତୁତ କରିବାକୁ ମଧ୍ୟ ମୁଖ୍ୟ ସଚିବଙ୍କୁ ନିର୍ଦ୍ଦେଶ ଜାରି ହୋଇଥିଲା।