Odia News Portal

ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଆତିଶୀ ମର୍ଲେନ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଆତିଶୀ ମର୍ଲେନ। ପଦ ଓ ଗୋପନୀୟତାର ଶପଥ କରାଇଲେ ଏଲଜି। ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଆତିଶୀ।ଅନ୍ୟପଟେ ନୂଆ ମନ୍ତ୍ରୀମଣ୍ଡଳର ବି ଶପଥ ଗ୍ରହଣ କରୁଛି। ଅରବିନ୍ଦ କେଜ୍ରିଓ୍ବାଲଙ୍କ ଇସ୍ତାଫା ପରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଆତିଶୀ। ଆତିଶୀ ମାର୍ଲେନା ବର୍ତ୍ତମାନ ଦିଲ୍ଲୀର ଶିକ୍ଷାମନ୍ତ୍ରୀ ଅଛନ୍ତି। ଏଥିସହ ଅର୍ଥ, ପର୍ଯ୍ୟଟନ, କଳା ଓ ସଂସ୍କୃତି ବିଭାଗ ମଧ୍ୟ ତାଙ୍କ ଦାୟିତ୍ୱରେ ଅଛନ୍ତି। ଆଗକୁ ବିଧାନସଭା ନିର୍ବାଚନ ଥିବାରୁ ଆପକୁ କେମିତି ମ୍ୟାନେଜ କରିବେ ଆତିଶୀ,ତା ଉପରେ ସମସ୍ତଙ୍କ ନଜର ରହିଛି