ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି। ୫ ଦିନିଆ ଗସ୍ତରେ ରାଷ୍ଟ୍ରପତି ଓଡ଼ିଶା ଆସିଛନ୍ତି। ସେଠାରୁ ସେ ସିଧାସଳଖ ନୀଳାଦ୍ରି ବିହାରରେ ପହଞ୍ଚିଛନ୍ତି। ସେଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତିକୁ ରାଷ୍ଟ୍ରପତି ଉନ୍ମୋଚନ କରିବା କାର୍ଯ୍ୟକ୍ରମ ରହିଛି। ଏହାପରେ ରାଜଭବନ ଯାଇ ରାତ୍ରିଯାପନ କରିବା ପରେ କାଲି ପୁରୀରେ ନୌସେନା ଦିବସରେ ଯୋଗ ଦେବେ।
ବିମାନବନ୍ଦରରୁ ସିଧାସଳଖ ଚନ୍ଦ୍ରଶେଖରପୁରସ୍ଥିତ ନୀଳାଦ୍ରି ବିହାର ଅଭିମୁଖେ ଗସ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିବେ ରାଷ୍ଟ୍ରପତି। ଏହାପରେ ରାଜଭବନ ଯାଇ ସେଠାରେ ରାତ୍ରି ଯାପନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତାକାଲି ସେ ପୁରୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ସକାଳ ୯ଟା ୪୫ରେ ପୁରୀ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିବେ।