Odia News Portal

ପହିଲାରୁ ଶ୍ରୀମନ୍ଦିରରେ ଧାଡି ଦର୍ଶନ ଆରମ୍ଭ

 ଜାନୁଆରୀ ୧ ତାରିଖରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଧାଡି ଦର୍ଶନ। ଏଥିପାଇଁ ଡିସେମ୍ବର ୩୦ ଓ ୩୧ ତାରିଖରେ ଟ୍ରାଏଲ କରାଯିବ ବୋଲି ସୂଚନା ଦେଇଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। 

୨୭ ଏବଂ ୨୮ ତାରିଖ ସୁଦ୍ଧା ପରିବର୍ତ୍ତନ ପ୍ରକ୍ରିୟା  ହୋଇଯିବ ।  ଶନିବାର ମୁଖ୍ୟ ପ୍ରଶାସକଙ୍କ ସହ ସମୀକ୍ଷା କରିଛନ୍ତି ଆଇନ ମନ୍ତ୍ରୀ। କାମ ସନ୍ତୋଷ ଜନକ ଭାବେ ଚାଲିଛି। ପରୀକ୍ଷା ମୂଳକ ଭାବେ ଡିସେମ୍ବର ୩୦ ଓ ୩୧ ତାରିଖରେ ଧାଡି ଦର୍ଶନ ହେବ । ଜାନୁଆରର ୧ତାରିଖରୁ  ନିୟମିତ ଦର୍ଶନ ପ୍ରକ୍ରିୟାକୁ ଆସିବ । ସାତ ପାହାଚ ଦ୍ୱାର ଦେଇ ପ୍ରବେଶ ଏବଂ ଘଣ୍ଟି ଏବଂ ଗାରଦ ଦ୍ୱାର ଦେଇ ପ୍ରସ୍ଥାନ କରିବେ । ଘଣ୍ଟି ଦ୍ୱାରରେ ମହିଳା ଏବଂ ବରିଷ୍ଠ ନାଗରିକ ବାହାରିବେ । ଗାରଦ ଦ୍ୱାରରେ ପୁରୁଷ ମାନେ ଦର୍ଶନ କରି ବାହାରିବାର ବନ୍ଦୋବସ୍ତ କରାଯାଇଛି।