Odia News Portal

ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ସୋସିଆଲ ମିଡିଆରେ ଭାଇରାଲ୍ ହେଲା ଗର୍ଭଗୃହ ଭିଡିଓ

ପୁଣି ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ । ସୋସିଆଲ ମିଡିଆରେ ଭାଇରାଲ୍ ହେଲା ସମ୍ବେଦନଶୀଳ ଶ୍ରୀମନ୍ଦିରର ଗର୍ଭଗୃହର ଭିଡିଓ । ବୃନ୍ଦାବନର ଜଣେ ବ୍ୟକ୍ତି ବାଙ୍କେ ବିହାରୀ ଅନନ୍ତ ନିଜ ଇନଷ୍ଟାଗ୍ରାମ ଓ ଫେସବୁକରେ ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ଭାଇରାଲ୍ କରିଛନ୍ତି । ତେବେ ଏହି ବ୍ୟକ୍ତି ଜଣକ ଶ୍ରୀମନ୍ଦିର ଗର୍ଭଗୃହ ଭିଡିଓ ସହ ଭିତର ବେଢାର ଭିଡ଼ିଓ ମଧ୍ୟ ଭାଇରାଲ କରିଛନ୍ତି । ସୋସିଆଲ ମିଡ଼ିଆରେ ରାତିରେ ଏହି ବ୍ୟକ୍ତି ଜଣକ ନିଜ ଇନଷ୍ଟାଗ୍ରାମ ଓ ଫେସବୁକରେ ଭିଡିଓ ଅପଲୋଡ଼ କରି ଭାଇରାଲ୍ କରିଛନ୍ତି । ତେବେ ଶ୍ରୀମନ୍ଦିର ବାହାରେ ଏବଂ ଭିତରେ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା ସତ୍ତ୍ୱେ ଏହି ବ୍ୟକ୍ତି ଜଣକ ମୋବାଇଲ ଫୋନ୍ କିଭଳି ନେଲେ ଏବଂ ସମ୍ବେଦନଶୀଳ ଗର୍ଭଗୃହ ଓ ଭିତର ବେଢ଼ାର ଭିଡ଼ିଓ ଉତ୍ତୋଳନ କରି ଭାଇରାଲ୍ କଲେ ତା’କୁ ନେଇ ଜଗନ୍ନାଥ ପ୍ରେମୀ ପ୍ରଶ୍ନ ଉଠାଇଛନ୍ତି । 

ସେହିପରି ଶ୍ରୀମନ୍ଦିର ଭିତରେ ଶ୍ରୀମନ୍ଦିର ପ୍ରଶାସନର ମାଳ ମାଳ କର୍ମଚାରୀ, ସେବାୟତ, ଜେଟିପି ଉପସ୍ଥିତ ରହୁଥିଲେ ମଧ୍ୟ ଏଭଳି ଘଟଣା ବାରମ୍ବାର ଘଟୁଥିବାରୁ ସାଧାରଣରେ ଉଦବେଗ ପ୍ରକାଶ ପାଇଛି । ଗତକିଛି ପୂର୍ବରୁ ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡିବା ସହ ଫେସବୁକ୍‌ରେ ମଧ୍ୟ ଶ୍ରୀମନ୍ଦିର ଭିତର ଫଟୋ ସୋସିଆଲ ମିଡିଆରେ ଭାଇରାଲ୍ ହୋଇଥିଲା । ଏନେଇ ପୋଲିସ ପକ୍ଷରୁ ସ୍ବତନ୍ତ୍ର ଟିମ୍ ଗଠନ କରାଯାଇ ତଦନ୍ତ କରାଯାଇଥିଲେ ମଧ୍ୟ ପୋଲିସ ସେମାନଙ୍କ ଟେର୍ ପାଇନାହିଁ ।‌