ଆନ୍ଧ୍ରପ୍ରଦେଶର ପୂର୍ବତନ ରାଜ୍ୟପାଳ ତଥା ବିଜେପିର ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ । ତାଙ୍କୁ ଭୁବନେଶ୍ୱରରୁ ହାଇଦ୍ରାବାଦକୁ ଏୟାରଲିଫ୍ଟ କରାଯାଇଥିବା ନେଇ ସୂଚନା ମିଳିଛି । ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା । ଗ୍ୟାସ ଜନିତ ସମସ୍ୟାରୁ ଅସୁସ୍ଥ ପରେ ଚିକିତ୍ସା ଚାଲିଛି ।
ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଆନ୍ଧ୍ର ପ୍ରଦେଶ ଓ ଛତିଶଗଡର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନ ଦୀର୍ଘ ଦିନ ଧରି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ନିକଟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ତାଙ୍କୁ ସାକ୍ଷାତ କରି ବିଶ୍ୱଭୂଷଣଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ । ସେଠାରେ ଚିକିତ୍ସା କରୁଥିବା ଡାକ୍ତରମାନଙ୍କ ସହିତ ତାଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ଆଲୋଚନା କରିବା ସହ ସେ ଯେପରି ଶୀଘ୍ର ଆରୋଗ୍ୟ ଲାଭ କରିବେ ସେଥିପାଇଁ ଧ୍ୟାନ ଦେବାକୁ ସେମାନଙ୍କୁ ପରାମର୍ଶ ଦେଇଥିଲେ । ଏହି ସାକ୍ଷାତ ସମୟରେ ବିଶ୍ୱଭୂଷଣ ହରିଚନ୍ଦନଙ୍କ ପୁତ୍ର ତଥା ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ମଧ୍ୟ ଉପସ୍ଥିତ ଥିଲେ ।