Odia News Portal

ରାଜଧାନୀରେ ସିରିଜ୍ ଦୁର୍ଘଟଣା

ରାଜଧାନୀରେ ସିରିଜ୍ ଦୁର୍ଘଟଣା ଘଟିଛି। ପିକଅପ୍ ଭ୍ୟାନକୁ ଧକ୍କା ଦେଲା ଟ୍ରକ୍। ଉଦ୍ଧାର ପାଇଁ ଯାଇଥିବା ପୋଲିସ ଭ୍ୟାନକୁ ଧକ୍କା ଦେଲା ଟ୍ରେଲର। ଗତକାଲି ବିଳମ୍ବିତ ରାତିରେ ବରମୁଣ୍ଡା ଓଭରବ୍ରିଜ୍ ଉପରେ ଏହି ସିରିଜ୍ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ପିକ୍ଅପ୍ ଭ୍ୟାନ୍ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି।
ଗତକାଲି ବିଳମ୍ବିତ ରାତିରେ ବରମୁଣ୍ଡା ଓଭରବ୍ରିଜ୍ ଉପରେ ଏକ ପିକଅପ୍ ଭ୍ୟାନକୁ ଟ୍ରକ୍ ଧକ୍କା ଦେଇଥିଲା। ଦୁର୍ଘଟଣାରେ ପିକ୍ଅପ୍ ଭ୍ୟାନ୍ ଡ୍ରାଇଭରଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣା ଖବର ପାଇଁ ଖଣ୍ଡଗିରି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା।