ରାଜ୍ୟରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’ର ଆଉ ଏକ ବାଟାଲିଅନ ଗଠନ କରାଯିବ। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଞ୍ଜୁର କରିଛନ୍ତି । ଏହି ନୂତନ ବାଟାଲିଅନ ପାଇଁ ସମୁଦାୟ ୧୦୪୦ ଟି ପଦବୀ ମଧ୍ୟ ସୃଷ୍ଟି କରାଯାଇଛି । ରାଜ୍ୟରେ ଶିଳ୍ପ ଅଭିବୃଦ୍ଧି ଉପରେ ଗୁରୁତ୍ୱ ଦେଇ ଏହି ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। ନୂଆ ନୂଆ ଶିଳ୍ପ ପ୍ରତିଷ୍ଠା ହେବା ସହିତ ଆଗାମୀ ଦିନରେ ଏହି କ୍ଷେତ୍ରରେ ବ୍ୟାପକ ସମ୍ଭାବନା ସୃଷ୍ଟି ହୋଇଛି ।
ତେଣୁ ଶିଳ୍ପ ପ୍ରତିଷ୍ଠାନ ଓ ବାଣିଜ୍ୟିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡ଼ିକର ସୁରକ୍ଷା ଜରୁରୀ ହୋଇପଡ଼ିଛି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନୂଆ ବାଟାଲିଅନ ଗଠନକୁ ମଞ୍ଜୁରୀ ଦେଇଛନ୍ତି । ରାଜ୍ୟରେ ଓଆଇଏସଏଫରେ ଏବେ ଗୋଟିଏ ବାଟାଲିଅନ କାର୍ଯ୍ୟରତ ଅଛି । ଏହାର ସମୁଦାୟ ପଦବୀ ସଂଖ୍ୟା ୧୮୦୭। ନୂଆ ବାଟାଲିଅନ ସୃଷ୍ଟି ହେବା ପରେ ଏଥିରେ ସମୁଦାୟ ୨ଟି ବାଟାଲିଅନ କାର୍ଯ୍ୟ କରିବ। ୨ଟି ବାଟାଲିଅନର ପଦବୀ ସଂଖ୍ୟା ମୋଟ ୨ହଜାର ୮୪୭ ହେବ ।
ରାଜ୍ୟରେ ଶିଳ୍ପ ଅଭିବୃଦ୍ଧି ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରି ପଦକ୍ଷେପ ନେଉଛନ୍ତି । ନୂଆ ନୂଆ ଶିଳ୍ପ ପ୍ରତିଷ୍ଠା ହେବା ସହିତ ଆଗାମୀ ଦିନରେ ଏହି କ୍ଷେତ୍ରରେ ବ୍ୟାପକ ସମ୍ଭାବନା ସୃଷ୍ଟି ହୋଇଛି। ତେଣୁ ଶିଳ୍ପ ପ୍ରତିଷ୍ଠାନ ଓ ବାଣିଜ୍ୟିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡ଼ିକର ସୁରକ୍ଷା ଜରୁରୀ ହୋଇପଡ଼ିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନୂଆ ବାଟାଲିଅନ ଗଠନକୁ ମଞ୍ଜୁରୀ ଦେଇଛନ୍ତି।