Odia News Portal

କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ, ୮ରୁ ୧୦ଟି ପ୍ରସ୍ତାବରେ ବାଜିପାରେ ମୋହର

ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ ବୁଧବାର ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସକାଳ ୧୦ଟାରେ କ୍ୟାବିନେଟ ଓ ସାଢ଼େ ୧୧ଟାରେ ମନ୍ତ୍ରୀ ପରିଷଦ ବୈଠକ ବସିବ ବୋଲି ସୂଚନା ମିଳିଛି । କ୍ୟାବିନେଟ ବୈଠକରେ ପ୍ରାୟ ୮ରୁ ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିପାରେ । ମନ୍ତ୍ରୀ ପରିଷଦ ବୈଠକରେ ବିକଶିତ ଭାରତ ଓ ବିକଶିତ ଓଡ଼ିଶା ଭିଜନ ନେଇ ବିସ୍ତୃତ ରିପୋର୍ଟ ଉପସ୍ଥାପନ କରାଯିବ ବୋଲି ଖବର ମିଳିଛି ।