ଭୁବନେଶ୍ୱର() ମରାଠାଠାରୁ ଦକ୍ଷିଣ ତାମିଲନାଡୁ ଯାଏଁ ଏକ ଟ୍ରପ୍ ଲାଇନ୍ ସୃଷ୍ଟି ହୋଇଛି । ଟ୍ରପ୍ ଲାଇନ୍ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପରିସ୍ଥିତିକୁ ଦୃଷ୍ଟିରେ ରଖି ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ବର, କେନ୍ଦ୍ରାପଡ଼ା, କଟକ, ନୟାଗଡ଼, ଖୋର୍ଧା ଓ କନ୍ଧମାଳ, ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବ।