ଭୁବନେଶ୍ୱର() କରୋନାରେ ମୃତ ଦୁଇ ସାମ୍ବାଦିକଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ସହାୟତା ପ୍ରଦାନ କରାଯାଇଛି । ଦୁଇ ସାମ୍ବାଦିକଙ୍କ ପରିବାରକୁ ୧୫ ଲକ୍ଷ ଲେଖାଏଁ ମଞ୍ଜୁର କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରିବାର ପିଛା ୧୫ ଲକ୍ଷ ଲେଖାଏଁ ମଞ୍ଜୁର କରିଛନ୍ତି । ଦିବଙ୍ଗତ ସାମ୍ବାଦିକ ପ୍ରିୟଦର୍ଶୀ ପଟ୍ଟନାୟକ ଓ କେ.ସିଏଚ ରତ୍ନମଙ୍କ ପରିବାରକୁ ଏହି ସହାୟତା ପ୍ରଦାନ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ତଥା ମିଡିଆ ସେଲ ଅଧ୍ୟକ୍ଷ ମାନସ ମଙ୍ଗରାଜ ।
ସୂଚନା ଅନୁସାରେ କରୋନାବେଳେ ସାମ୍ବାଦିକମାନେ ନିଜ ଜୀବନକୁ ବାଜି ଲଗାଇ କାମ କରୁଛନ୍ତି । କରୋନାବେଳେ କାର୍ୟ୍ୟରତ ସାମ୍ବାଦିକଙ୍କ ମୃତୁ୍ୟ ହେଲେ ରାଜ୍ୟ ସରକାରଙ୍କ ପକ୍ଷରୁ ୧୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରାଯାଇଥିଲା ।