ଭୁବନେଶ୍ୱର() ଲଘୁଚାପ ଜନିତ ଲଗାଣ ବର୍ଷା ଓ ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ଓଡ଼ିଶାରେ ଭୟଙ୍କର ବନ୍ୟା ବିପôାତ ଦେଖାଦେଇଛି । ଏହାଦ୍ୱାରା ରାଜ୍ୟର ପ୍ରାୟ ୧୨ଟି ଜିଲ୍ଲା ପ୍ରଭାବିତ ହୋଇଛି । ହଜାର ହଜାର ହେକ୍ଟର ଚାଷ ଜମି ଜଳମଗ୍ନ ହୋଇଛି । ଏହାରି ଭିତରେ ପୁଣି ମୌସୁମୀ ସକ୍ରିୟ ହୋଇଛି । ଏହାର ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ମୋଟ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ପ୍ରବଳ ବର୍ଷା ସମ୍ଭାବନା ନେଇ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଝାରସୁଗୁଡ଼ା, ବରଗଡ଼, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।