ଭୁବନେଶ୍ୱର: ଅସୁସ୍ଥ କଂଗ୍ରେସ ଦଳର ବରିଷ୍ଠ ନେତା ନରସିଂହ ମିଶ୍ରଙ୍କ ପରିବାର ସଦସ୍ୟଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ । ପରିବାର ସଦସ୍ୟଙ୍କ ଠାରୁ ନରସିଂହଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରିବୁଝିବା ସହ ପ୍ରଭୁ ଜଗନ୍ନାଥଙ୍କ ନିକଟରେ ତାଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତେବେ କେବଳ ମୁଖ୍ୟମନ୍ତ୍ରୀ ନୁହଁ ତାଙ୍କ ସହିତ ବିଜୁ ଜନତା ଦଳର ସାଧାରଣ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ମଧ୍ୟ ନରସିଂହ ମିଶ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ।
ଆଜି କଂଗ୍ରେସ ଦଳର ପୁରୋଖା ନେତା ନରସିଂହ ମିଶ୍ର ସିବିଆଇ ଅଫିସ ନିକଟରେ ଭାଷଣ ଦେଉଥିବା ସମୟରେ ଛାତିରେ ଯନ୍ତ୍ରଣା ଅନୁଭବ କରିବା ସହ ଅସୁସ୍ଥ ହୋଇପଡ଼ିଥିଲେ । ଏହା ପରେ ତାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା ।ତେବେ ମିଳିଥିବା ସୂଚନା ଅନୁଯାୟୀ ନରସିଂହ ମିଶ୍ର ଏବେ ସୁସ୍ଥ ଥିବା ଡାକ୍ତରଙ୍କ ପକ୍ଷରୁ କୁହାଯାଇଛି ।