Odia News Portal

ମାହାଙ୍ଗା ଥାନାରେ ୧୨ ଜଣଙ୍କ ନାଁରେ ଏତଲା

କଟକ:  ବିଜେପି ନେତା କୁଳମଣି ବରାଳଙ୍କୁ ହତ୍ୟା ଘଟଣାରେ ମାହାଙ୍ଗା ଥାନାରେ ୧୨ ଜଣଙ୍କ ନାଁରେ ଏତଲା । କୁଳମଣିଙ୍କ ପୁଅ ରମାକାନ୍ତ ବରାଳ ଥାନାରେ ଏତଲା ଦେଇଛନ୍ତି । ଯଁକୁଟି ଗାଁର ୪ଜଣ ଓ ନୃତାଙ୍ଗ ଗାଁର ୮ଜଣଙ୍କ ନାଁ’ରେ ଏତଲା ଦିଆଯାଇଛି । ତେବେ ଏନେଇ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ। ତେବେ ହତ୍ୟାକାଣ୍ଡକୁ ନେଇ ଚାପା ଉତ୍ତେଜନା ଲାଗି ରହିଛି। ଘଟଣାସ୍ଥଳରେ ୨ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଥିବା ବେଳେ ସାଇଣ୍ଟିଫିକ୍ ଟିମ୍ ତନାଘନା ଆରମ୍ଭ କରିଛି।

ଗତକାଲି ସାଲେପୁର ବିଜେପି ନଗର ମଣ୍ଡଳ ପ୍ରଭାରୀ କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବାଇକରେ ନୃତାଙ୍ଗ ସ୍ଥିତ ନିଜ ଘରକୁ ଫେରୁଥିବାବେଳେ ଯଁକୁଟି ଗାଁ ନିକଟରେ ତାଙ୍କୁ କିଛି ଦୁର୍ବୃତ୍ତ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରିଥିଲେ। ମାରଣାସ୍ତ୍ରରେ ସେମାନଙ୍କ ମୁଣ୍ଡ ଓ ମୁହଁଙ୍କୁ ହାଣି ଚମ୍ପଟ ମାରିଥିଲେ ଦୁର୍ବୃତ୍ତ। ଉଭୟଙ୍କୁ ମାହାଙ୍ଗା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ତେବେ କୁଳମଣିଙ୍କୁ ଡାକ୍ତର ମୃତ ଘୋଷଣା କରିଥିବା ବେଳେ ଦିବ୍ୟସିଂହଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ଦିବ୍ୟସିଂହଙ୍କର ମୃତ୍ୟୁ ହୋଇଛି । କଟକରେ ଆଜି ଉଭୟଙ୍କର ଶବ ବ୍ୟବଚ୍ଛେଦ ପରେ ଅନ୍ତିମ ସଂସ୍କାର କରାଯିବା ।