ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୪୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦୁଇ ଜଣଙ୍କର ଜୀବନ ନେଇଛି ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୯୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୧୩୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୬୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୨୭୨୯୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୯୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।