ଭୁବନେଶ୍ୱର: ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ |କ୍ରାଇମବ୍ରାଞ୍ଚ ମାମଲାରେ ହାଇକୋର୍ଟ ପ୍ରଦାନ କରିଛନ୍ତି ଜାମିନ |୫ ଲକ୍ଷ ଟଙ୍କା ଲେଖାଏଁ ୨ଜଣ ଜାମିନଦାରଙ୍କ ବଦଳରେ ମିଳିଲା ଜାମିନ |ଏହା ବ୍ୟତୀତ ୨୪ ଲକ୍ଷ ଟଙ୍କା ନଗଦ ଜମା କରିବାକୁ ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି |
ପ୍ରଦୀପଙ୍କୁ ଗତବର୍ଷ ଡିସେମ୍ବର ୩ ତାରିଖରେ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ। ତାଙ୍କ ବିରୋଧରେ ଦଫା ୪୧୯, ୪୨୦, ୪୬୭, ୪୬୮, ୪୬୯, ୪୭୧, ୧୨୦ ବି, IT ଆକ୍ଟ ୨୦୦୦ର ଦଫା ୬୬C ଓ Dରେ ମାମଲା ରୁଜୁ ହୋଇଛି । ଟାଟା କମ୍ପାନୀରେ ଚାକିରି କରାଇଦେବାକୁ କହି ଭାବୀ ଜ୍ୱାଇଁ ଆକାଶ ପାଠକଙ୍କ ପାଇଁ ସେ ଟଙ୍କା ଆଦାୟ କରୁଥିଲେ ବୋଲି ଅଭିଯୋଗ ରହିଛି। ଏହା ସହିତ ଠକେଇ, ଜାଲିଆତି, ଅପରାଧିକ ଷଡ଼ଯନ୍ତ୍ର, ସାଇବର ଅପରାଧରେ ପ୍ରଦୀପଙ୍କୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ।