ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୬୩୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୯ ଜଣ ଆକ୍ରାନ୍ତ ପ୍ରାଣ ନେଇଛି ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ କଳାହାଣ୍ଡିରୁ ୩ ଜଣ, ଖୋର୍ଦ୍ଧାରୁ ୩ ଜଣ ରହିଥିବା ବେଳେ ଅନୁଗୁଳ, ବଲାଙ୍ଗୀର, ଭଦ୍ରକ , ଢ଼େଙ୍କାନଳ, ଗଞ୍ଜାମ, ଗଜପତି, ଯାଜପୁର, ଝାରସୁଗୁଡ଼ା, ପୁରୀ, ରାୟଗଡ଼ା, ସମ୍ବଲପୁର, ସୋନପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ରହିଛନ୍ତି ।