ଭୁବନେଶ୍ୱର: ରାଜ୍ୟରେ ଯଦିଓ କରୋନାର ପ୍ରକୋପ କମିବାରେ ଲାଗିଛି ତଥାପି ମୃତ୍ୟୁ ସଂଖ୍ୟା କମିବାର ନାଁ ଧରୁନି । ପ୍ରତିଦିନ ସେହି ୪୦ରୁ ଉପରକୁ ରହୁଛି ମୃତକଙ୍କ ସଂଖ୍ୟା । ଆଜି ୪୬ଜଣଙ୍କ ମୁଣ୍ଡ ନେଇଛି ମହାମାରୀ । ରାଜ୍ୟରେ ମୃତ ୪୬ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବରଗଡ଼, କଟକ, ପୁରୀରୁ ୫ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାବାଦ ଝାରସୁଗୁଡ଼ା, ସମ୍ବଲପୁରରୁ ୪ ଲେଖାଏଁ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଥିବା ବେଳେ ଜଗତସିଂହପୁର, ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁଙ୍କ ଜୀବନ ନେଇଛି କରୋନା। ଏହାବାଦ ଗଂଜାମ, କଳାହାଣ୍ଡି, ମୟୂରଭଂଜରୁ ୨ ଲେଖାଏଁ ଆକ୍ରାନ୍ତ ମୃତ ହୋଇଥିବା ବେଳେ କନ୍ଧମାଳ, କେନ୍ଦ୍ରାପଡ଼ା, କୋରାପୁଟ, ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ଆଖି ବୁଜିଛନ୍ତି। କନ୍ଧମାଳ, କେନ୍ଦ୍ରାପଡ଼ା, କୋରାପୁଟ, ସୁବର୍ଣ୍ଣପୁରରୁ ମଧ୍ୟ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪୫୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୯୭୩ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୪୮୩ ଜଣ ସ୍ଥାନୀୟ ସଂକ୍ରମିତ। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୮ ଲକ୍ଷ ୮୬ ହଜାର ୯୪୬ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୮ ଲକ୍ଷ ୪୮ ହଜାର ୯୬୦ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୩ ଲକ୍ଷ ୪୨ ହଜାର ୧୬ ଜଣ।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁୁଗୁଳରୁ ୧୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୧୭୪ ଜଣ, ବରଗଡ଼ରୁ ୬୯ ଜଣ, ଭଦ୍ରକରୁ ୧୯୪ ଜଣ, ବଲାଙ୍ଗୀରରୁ ୨୮ ଜଣ, ବୌଦ୍ଧରୁ ୨୫ ଜଣ, କଟକରୁ ୪୮୦ ଜଣ, ଦେଓଗଡ଼ରୁ ୧୧ ଜଣ, ଢେଙ୍କାନାଳରୁ ୭ ଜଣ, ଗଜପତିରୁ ୧୭ ଜଣ, ଗଞ୍ଜାମରୁ ୧୯ ଜଣ, ଜଗତ୍ସିଂହପୁରରୁ ୮୧ ଜଣ, ଯାଜପୁରରୁ ୨୬୭ ଜଣ, ଝାରସୁଗୁଡ଼ାରୁ ୨୦ ଜଣ, କଳାହାଣ୍ଡିରୁ ୨୧ ଜଣ, କନ୍ଧମାଳରୁ ୩୧ ଜଣ, କେନ୍ଦ୍ରାପଡ଼ାରୁ ୧୪୭ ଜଣ, କେନ୍ଦୁଝରରୁ ୭୩ ଜଣ, ଖୋର୍ଦ୍ଧାରୁ ୪୯୯ ଜଣ, କୋରାପୁଟରୁ ୮୧ ଜଣ, ମାଲକାନଗିରିରୁ ୮୨ ଜଣ, ମୟୂରଭଞ୍ଜରୁ ୧୮୦ ଜଣ, ନବରଙ୍ଗପୁରରୁ ୪୨ ଜଣ, ନୟାଗଡ଼ରୁ ୧୨୬ ଜଣ, ନୂଆପଡ଼ାରୁ ୧୬ ଜଣ, ପୁରୀରୁ ୨୮୯ ଜଣ, ରାୟଗଡ଼ାରୁ ୬ ଜଣ, ସମ୍ବଲପୁରରୁ ୩୯ ଜଣ, ସୋନପୁରରୁ ୪୩ ଜଣ, ସୁନ୍ଦରଗଡ଼ରୁ ୯୦ ଜଣ ଓ ଷ୍ଟେଟ୍ପୁଲ୍ରୁ ୮୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।