Odia News Portal

ପଢ଼ନ୍ତୁ ଆଜି ଦେଶରେ କଣ ରହିଛି କରୋନାର ସ୍ଥିତି

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମିବାରେ ଲାଗିଛି । ତେବେ ମୃତ୍ୟୁରେ ଲାଗୁନି ବ୍ରେକ । ପ୍ରତିଦିନ ହଜାର ହଜାର ଲୋକଙ୍କ ଜୀବନ ଯାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୬ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ଏପ୍ରିଲ୍ ମାସ ପରଠାରୁ ପ୍ରଥମ ଥର ପାଇଁ ଏକ ହଜାର ତଳକୁ ରହିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୬,୧୪୮ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୯୭୯ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୦୨,୩୩,୧୮୩ ଓ ମୃତ୍ୟୁସଂଖ୍ୟା ୩,୯୬,୭୩୦ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୫୮,୫୭୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୯୩,୫୧,୦୨୯ରେ ପହଞ୍ଚିଛି।