Odia News Portal

ରାଜ୍ୟରେ ଆସନ୍ତା ୪ଦିନ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୨୧ ତାରିଖ ଦିନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି । ଏହା ପ୍ରଭାବରେ ୨୨ ତାରିଖ ରାତି କିମ୍ବା ୨୩ ତାରିଖ ସକାଳ ଆଡ଼କୁ ଏକ ଲଘୁଚାପ କ୍ଷେତ୍ର ବଙ୍ଗୋପସାଗରରେ ସୃଷ୍ଟି ହେବ। ଫଳରେ ରାଜ୍ୟରେ ଆଜିଠାରୁ ୨୩ ତାରିଖ ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିବ । କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

କେନ୍ଦ୍ର କହିଛି ଯେ ୨୩ତାରିଖ ଆଡ଼କୁ ଏକ ଲଘୁଚାପ କ୍ଷେତ୍ର ବଙ୍ଗୋପସାଗରରେ ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ଓଡ଼ିଶାରେ ଏବେଠାରୁ ବର୍ଷାର ପରିମାଣ ଓ ବିସ୍ତୃତି ଧୀରେଧୀରେ ବଢ଼ିବ। ଆଜିଠାରୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ୨୩ ତାରିଖ ଦିନ ମଧ୍ୟ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥା‌ନରେ ହାଲକାରୁ ମଧ୍ୟମଧରଣର ବର୍ଷାର ସମ୍ଭାବନା ରହିଛି ।