ନୂଆଦିଲ୍ଲୀ: ଦେଶରେ ସଂକ୍ରମଣ ହାର କମୁଥିବା ବେଳେ ମୃତ୍ୟୁ ସଂଖ୍ୟାର କମିବାର ନାଁ ଧରୁନି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୪ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୬ ଶହରୁ କମ୍ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୪,୨୩୦ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୫୫୫ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩୧,୫୭୨,୩୪୪ ଓ ମୃତ୍ୟୁସଂଖ୍ୟା ୪,୨୩,୨୧୭ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୪୨,୬୩୦ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୦୭,୪୩,୯୭୨ରେ ପହଞ୍ଚିଛି।