ଜୁଲାଇ ପରେ ଅଗଷ୍ଟ ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୪୩୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୮୭୦୫ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୩୨ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୬୦୫ ଜଣ ଲୋକାଲ୍ କେସ୍ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଅନୁଗୁଳ ଜିଲ୍ଲାରୁ ୪୭ଜଣ, ବାଲେଶ୍ୱର ଜିଲ୍ଲାରୁ ୬୪, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୪୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୯୦ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୧ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୧୦ଜଣ, ଜଗତସିଂହପୁର ଜିଲ୍ଲାରୁ ୮୬ଜଣ, ଯାଜପୁର ଜିଲ୍ଲାରୁ ୬୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୧୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୦୯ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମାଲକାନଗିରି ଜିଲ୍ଲାରୁ ୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୩୬ଜଣ, ପୁରୀ ଜିଲ୍ଲାରୁ ୧୪୬ଜଣ, ରାୟଗଡ଼ା ଜିଲ୍ଲାରୁ ୧୧ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ. ସୋନପୁର ଜିଲ୍ଲାରୁ ୧୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୯ଜଣ, ଷ୍ଟେଟ ପୁଲ୍ରୁ ୮୨ଜଣ ରହିଛନ୍ତି ।