ଆସନ୍ତା ଦୁଇ ଦିନ ରାଜ୍ୟରେ କାଁ ଭାଁ ବର୍ଷା ହେବାର ସମ୍ଭାବନା ଅଛି । ଦିନବେଳା ପାଗ ଶୁଖିଲା ରହିବ । ସନ୍ଧ୍ୟାରେ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗବିତ୍ ପୂର୍ବାନୁମାନ କରିଛନ୍ତି ।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି ଯେ ସୋମବାର ଓ ମଙ୍ଗଳବାର ରାଜ୍ୟରେ ଅଧିକ ବର୍ଷା ହେବନି । ଦୁଇ ଦିନ ରାଜ୍ୟରେ ଏଭଳି ପାଗ ରହିବ । ବୁଧବାରଠୁ ପାଗ ବଦଳିବା ସହିତ ବର୍ଷା ବଢ଼ିବ ।ସେହିପରି ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି ଯେ ସୋମବାର ରାଜ୍ୟରେ ଖରା ରହିବ । ସନ୍ଧ୍ୟାରେ କାଁ ଭାଁ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ । ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ବିଶେଷ ବର୍ଷାର ସମ୍ଭାବନା ନାହିଁ । ତେବେ ୪ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ସମ୍ବଲପୁର ଓ ଦେଓଗଡ଼ରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।