Odia News Portal

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୩୪ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ ସାମାନ୍ୟ ଅଧିକ ରହିଛି।କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୪,୪୦୩ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୨୦ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୩୩,୮୧,୭୨୮ ଓ ମୃତ୍ୟୁସଂଖ୍ୟା ୪,୪୪,୨୪୮ରେ ପହଞ୍ଚିଛି।ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୭,୯୫୦ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୫,୯୮,୪୨୪ରେ ପହଞ୍ଚିଛି।