Odia News Portal

ଆଜି ଭାରତ ବନ୍ଦ

ଭୁବନେଶ୍ୱର: ଆଜି ୧୦ ଘଣ୍ଟିଆ ଭାରତ ବନ୍ଦ ଡାକରା ଦେଇଛି ସଂଯୁକ୍ତ କୃଷକ ମୋର୍ଚ୍ଚା । ଦିଲ୍ଲୀରୁ ପଲ୍ଲୀ ସବୁଠି ଦେଖିବାକୁ ମିଳିଛି ଭାରତ ବନ୍ଦର ପ୍ରଭାବ । ଓଡ଼ିଶାରେ ମଧ୍ୟ ଭାରତ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି । ଆଜି ସରକାରୀ ଓ ବେସରକାରୀ ବସ୍ ଚଳାଚଳ ବନ୍ଦ ରହିଛି। ତେବେ କଟକ-ଭୁବନେଶ୍ବରରେ କେତେକ ମୋ ବସ୍ ଚାଲୁଥିବାର ଦେଖିବାକୁ ମିଳିଛି। ସକାଳେ ବିଶେଷ ଦୋକାନ ବଜାର ଖୋଲିନି। କେନ୍ଦ୍ର ସରକାରଙ୍କ ଦ୍ୱାରା ପାରିତ ୩ କୃଷି ଆଇନ୍ ପ୍ରତ୍ୟାହାର ଦାବିରେ ଓଡ଼ିଶାରେ ଏହି ୧୦ ଘଣ୍ଟିଆ ଭାରତ ବନ୍ଦକୁ କଂଗ୍ରେସ, ବାମ ଦଳ ଓ ଆପ୍ ସମେତ ବିଭିନ୍ନ ରାଜନୈତିକ ଦଳ, କୃଷକ ସଂଗଠନ, ସାମାଜିକ ସଂଗଠନ ସମର୍ଥନ ଦେଇଇଛନ୍ତି। ସକାଳ ୬ଟାରୁ ଅପରାହ୍ନ ୪ଟା ପର୍ୟ୍ୟନ୍ତ ବନ୍ଦ ସମୟରେ ଯେପରି କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନହୁଏ, ସେଥିଲାଗି ସାରା ରାଜ୍ୟରେ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି। ତେବେ ଅତ୍ୟାବଶ୍ୟକ ସେବା ବନ୍ଦ ପାଳନରୁ ବାଦ ପଡ଼ିଥିବା ଜଣାଯାଇଛି। ଏଣେ ରାଜରାସ୍ତା ଉପରେ ଦୁଇଚକିଆ ଓ ତିନିଚକିଆ ଗାଡ଼ି ଚଳାଚଳ ସ୍ୱାଭାବିକ ରହିଥିବାର ଖବର ମିଳିଛି। ତେବେ ବଲାଙ୍ଗୀର ରେଳଷ୍ଟେସନରେ ଇସ୍ପାତ ଏକ୍ସପ୍ରେସକୁ କିଛି ସମୟ ଅଟକ ରଖିବା ପରେ ଆନ୍ଦୋଳନକାରୀମାନେ ଛାଡ଼ି ଦେଇଥିବାର ସୂଚନା ମିଳିଛି। ଭୁବନେଶ୍ବର ଓ ବାଲେଶ୍ବରରେ ଆନ୍ଦୋଳନକାରୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।