ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୨୬ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ କମ୍ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୬,୭୨୭ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୭୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୩୭,୬୬,୭୦୭ ଓ ମୃତ୍ୟୁସଂଖ୍ୟା ୪,୪୮,୩୩୯ରେ ପହଞ୍ଚିଛି।ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨୮,୨୪୬ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୩୦,୪୩,୧୪୪ରେ ପହଞ୍ଚିଛି।