ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୩ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୬୦୦ ପାଖାପାଖି ଅଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୩,୪୫୧ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୫୮୫ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୨,୧୫,୬୫୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୫୮୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୫,୬୫୩ରେ ପହଞ୍ଚିଛି।