ବିଜେଡିର ବରିଷ୍ଠ ନେତା ଭର୍ତ୍ତୃହରି ମହତାବ ଅସୁସ୍ଥ । ତାଙ୍କୁ ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେଠାରେ ତାଙ୍କର ଚିକିତ୍ସା ଚାଲିଛି । ଘଟଣା ସମ୍ପର୍କରେ ଅବଗତ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ତ୍ତୃହରିଙ୍କ ପୁଅଙ୍କ ସହ ଫୋନ୍ ଯୋଗେ କଥା ହୋଇ ତାଙ୍କ ସ୍ଵାସ୍ଥ୍ୟାବସ୍ଥା କଥା ପଚାରି ବୁଝିଛନ୍ତି।
ଭର୍ତ୍ତୁହରିଙ୍କ ପୁଅଙ୍କ ସହିତ ଆଲୋଚନା କରିବା ପରେ ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି ସାଂସଦଙ୍କ ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି।