ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଇଁ ଫୁଲ ଡ୍ରେସ ରିହରସେଲ। କୋଭିଡ଼ କଟକଣାରେ ଗାନ୍ଧୀ ମାର୍ଗରେ ଅନୁଷ୍ଠିତ ହୋଇଯାଇଛି ପରେଡ଼୍। ପୋଲିସ ଡିଜି ସୁନିଲ୍ ବଂଶଲ ଆଜିର ଫୁଲ ଡ୍ରେସ ରିହରସେଲକୁ ନୀରକ୍ଷଣ କରିଥିଲେ। ଏଥର ପରେଡ଼ରେ ୧୦ ଟି କଣ୍ଟିଜେଣ୍ଟ ଭାଗ ନେବେ। ଏଥିରେ ୩ ଟି ବ୍ରାସ ବ୍ରାଣ୍ଡ ସହ ୮ଟି ପୋଲିସ କଣ୍ଟିଜେଣ୍ଟ ଭାଗ୍ ନେଇଛନ୍ତି। ତେବେ ପ୍ରଥମ ଥର ପାଇଁ ବିଏସଏଫ ପରେଡରେ ଭାଗ ନେଉଛି । କୋଭିଡ଼ କଟକଣା ପାଇଁ ସିଭିଲ୍ ଏବଂ କଲେଜ ଛାତ୍ରଛାତ୍ରୀ ରାଜ୍ୟ ସ୍ତରୀୟ ପେରେଡ଼ରୁ ବାଦ୍ କରାଯାଇଛି। ଅନ୍ୟ ପଟେ ପେରେଡ଼ରେ ଭାଗ ନେଉଥିବା ସମସ୍ତଙ୍କର ଆରଟିପିସିଆର ଟେଷ୍ଟ କରାଯିବ।
ରାଜ୍ୟପାଳ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିବେ। ସମ୍ମାନିତ ଅତିଥି ଭାବରେ ମୁଖ୍ୟମନ୍ତ୍ରୀ ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି। ଏଥିପାଇଁ କମିସନରେଟ ପୁଲିସ ପକ୍ଷରୁ ଟ୍ରାଫିକ କଟକଣା ଜାରି କରାଯାଇଛି। ଏହାସହ ୫ସ୍ତରୀୟ ସୁରକ୍ଷା ବ୍ୟବସ୍ଥା, ୨୫ ପ୍ଲାଟୁନ ଫୋର୍ସ, ୭୦ଜଣ ବରିଷ୍ଠ ଅଧିକାରୀ ନିୟୋଜିତ କରାଯାଇଛି। ଟ୍ରାଫିକ ବ୍ୟବସ୍ଥାକୁ ଗୁରୁତ୍ୱ ସହ ସଂପୂର୍ଣ୍ଣ ଗାନ୍ଧୀମାର୍ଗକୁ ସଂଯୋଗ କରୁଥିବା ସମସ୍ତ ରାସ୍ତା ସିଲ କରାଯିବ ଏବଂ ସିସିଟିଭି ନଜରରେ ରହିବ ଗାନ୍ଧିମାର୍ଗ ବୋଲି ପୁଲିସ କମିସନର ସୌମେନ୍ଦ୍ର ପ୍ରିୟଦର୍ଶୀ କହିଛନ୍ତି।