Odia News Portal

ଆଜି ଭୁବନେଶ୍ୱର ରେଳଷ୍ଟେସନର ପୁନଃବିକାଶ ପାଇଁ ଶିଳାନ୍ୟାସ

ଭୁବନେଶ୍ୱର ରେଳଷ୍ଟେସନର ପୁନଃବିକାଶ ପାଇଁ ଆଜି ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ। ଏହି ପ୍ରକଳ୍ପ ପାଇଁ ୩୦୮ କୋଟିର ବ୍ୟୟବରାଦ କରାଯାଇଛି, ଯାହାକି ୨୪ ମାସ ମଧ୍ୟରେ ସରିବ। ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ସମେତ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଓ ମନ୍ତ୍ରୀ ଅଶୋକ ପଣ୍ଡା ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।