ଭୁବନେଶ୍ୱରରେ ‘କୃଷି ଓଡ଼ିଶା’ କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗଛରେ ପାଣି ଦେଇ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଛୋଟ ଗଛ ପ୍ରଦାନ କରାଯାଇଥିଲା। ଆଜିଠାରୁ ତିନି ଦିନ ପର୍ଯ୍ୟନ୍ତ ଚାଲିବାକୁ ଥବା ଏହି ମହୋତ୍ସବରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଟେକ୍ନୋଲୋଜି ହେଉଛି ବିକାଶର ଆଧାର। କୃଷି କ୍ଷେତ୍ରରେ ମଧ୍ୟ ଟେକ୍ନୋଲୋଜିର ବହୁତ ଆବଶ୍ୟକତା ରହିଛି । ଏ ବର୍ଷ ମେଳାରେ କୃଷି କ୍ଷେତ୍ରରେ ନୂଆ ଟେକ୍ନୋଲୋଜିର ବ୍ୟବହାର ଉପରେ ଗୁରୁତ୍ବ ଦିଆଯାଇଥିବାରୁ ସେ ଖୁସି ପ୍ରକାଶ କରିଥିଲେ । ଚାଷୀମାନେ ସମସ୍ତେ ନୂଆ ନୂଆ ଟେକ୍ନୋଲୋଜି ବିଷୟରେ ଜାଣିବେ, ବ୍ୟବହାର କରିବେ ଏବଂ କୃଷି କ୍ଷେତ୍ରରେ ସଫଳ ହୋଇ ନିଜର ଓ ନିଜ ରାଜ୍ୟର ଉନ୍ନତିରେ ଗୁରୁତ୍ବପୂର୍ଣ୍ଣ ଯୋଗଦାନ ରଖିବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ।
ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଚାଷ ଓ ଚାଷୀମାନଙ୍କ ଉନ୍ନତି ମୋ ସରକାରର ସବୁଠାରୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ । କୃଷି କ୍ଷେତ୍ରରେ ଓଡିଶା ଆଜି ଏକ ଆଗୁଆ ରାଜ୍ୟ ହୋଇପାରିଛି। ଖାଦ୍ୟରେ ଅଭାବ ଥିବା ଏକ ରାଜ୍ୟରୁ ଆଜି ଆମେ ଖାଦ୍ୟଶସ୍ୟରେ ଏକ ବଳକା ରାଜ୍ୟ ହୋଇ ସାରା ଦେଶର ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ଚାଉଳ ଯୋଗାଇ ପାରୁଛୁ ବୋଲି ସେ କହିଥିଲେ । କାଳିଆ ଯୋଜନା ଦ୍ବାରା ଚାଷୀ ମାନଙ୍କୁ ରୋଜଗାର ସୁରକ୍ଷା ମିଳିପାରିଛି ବୋଲି ପ୍ରକାଶ କରି ସେ କହିଥିଲେ ଯେ ଫାର୍ମ ମେକାନାଇଜେସନ ଉପରେ ଗୁରୁତ୍ବ ଦିଆଯାଇ ଫସଲ ଉତ୍ପାଦକତା ବଢାଇବା ପାଇଁ ଉଦ୍ୟମ ଜାରି ରହିଛି । ପଣସ ମିଶନ, ଛତୁ ମିଶନ ଆଦି ସ୍ବତନ୍ତ୍ର ମିଶନ ଜରିଆରେ ଚାଷୀଙ୍କ ରୋଜଗାର ସହିତ ପୁଷ୍ଟି ନିରାପତ୍ତା ପାଇଁ ମଧ୍ୟ ଗୁରୁତ୍ବ ଦିଆଯାଉଛି । ଆମର ମିଲେଟ ମିଶନ ଆଜି ସାରା ଦେଶ ଓ ବିଶ୍ବର ଦୃଷ୍ଟି ଆକର୍ଷଣ କରିପାରିଛି ବୋଲି ମତଦେଇ ସେ କହିଥିଲେ ଯେ ଏହା ଆମର ମିଶନ ଶକ୍ତି ମା ମାନଙ୍କର ରୋଜଗାର ବଢାଇବାରେ ମଧ୍ୟ ସହାୟକ ହୋଇପାରିଛି।
Sign in
Sign in
Recover your password.
A password will be e-mailed to you.