ଡୋନର ଅପେକ୍ଷାରେ ପିଣ୍ଟୁ ନନ୍ଦ। ତେଣୁ ଆଜି ତାଙ୍କୁ ନୂଆଦିଲ୍ଲୀରୁ ହାଇଦ୍ରାବାଦ ସ୍ଥାନାନ୍ତର କରାଯାଇଛି। ଲିଭର ସିରୋସିସ ରୋଗରେ ପୀଡ଼ିତ ଥିବା ପିଣ୍ଟୁ ନନ୍ଦ ଗତ ୭ ତାରିଖରେ ନୂଆ ଦିଲ୍ଲୀସ୍ଥିତ ILBS ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ମାତ୍ର ନିଜ ପରିବାର ସଦସ୍ୟଙ୍କ ବ୍ଲଡ ଗ୍ରୁପ ମ୍ୟାଚ ନ କରିବାରୁ ଆଜି ତାଙ୍କୁ ହାଇଦ୍ରାବାଦ ସ୍ଥାନାନ୍ତର କରାଯାଇଛି।
ଲିଭର୍ ସିରୋସିସରେ ପୀଡ଼ିତ ହେବା ପରେ ପିଣ୍ଟୁ ନନ୍ଦ ଭୁବନେଶ୍ୱରରେ ଚିକିତ୍ସିତ ହେଉଥିଲେ । ମାତ୍ର ଅବସ୍ଥା ଗୁରୁତର ହେବାରୁ ତାଙ୍କର ଲିଭର ଟ୍ରାନ୍ସପ୍ଲାଣ୍ଟ ଆବଶ୍ୟକ ପଡ଼ିଲା। ଏଥିନିମନ୍ତେ ଓଡ଼ିଶାରେ ବ୍ୟବସ୍ଥା ନ ଥିବା ବେଳେ ପିଣ୍ଟୁ ନନ୍ଦଙ୍କୁ ପଡ଼ିବାରୁ ଗତ ୭ ତାରିଖରେ ଦିଲ୍ଲୀରେ ଥିବା ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଲିଭର ଆଣ୍ଡ୍ ବିଲିଆରି ସାଇନସେସ(ILBS) ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା।