Odia News Portal

ବଜେଟ ପରେ ପରିବର୍ତ୍ତନ ହୋଇଛି କି ସୁନା ଦର?

ସ୍ଥିର ଅଛି ସୁନା ଦର, କିଣିବା ପୂର୍ବରୁ ନଜର ପକାନ୍ତୁ କେତେ ଅଛି  ରେଟ୍?

ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୫୨,୪୦୦ ଟଙ୍କା ଓ ୫୭, ୧୬୦ ଟଙ୍କା ଛୁଇଁଛି। ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି।
ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୫୨,୪୦୦ ଟଙ୍କା ଓ ୫୭, ୧୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୨,୪୫୦ ଟଙ୍କା ଓ ୫୭,୩୧୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୨,୪୦୦ ଟଙ୍କା ଓ ୫୭,୧୬୦ ଟଙ୍କା ରହିଛି। ଅନ୍ୟପଟେ ରୁପା ମୂଲ୍ୟ ଆଜି କମିଛି । ଆଜି କିଲୋଗ୍ରାମ ପ୍ରତି ରୁପା ଦର ୭୦, ୫୦୦ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।