କଟକ: ଏସଡିଜେଏମ କୋର୍ଟଙ୍କ ମଧ୍ୟସ୍ଥତା କେନ୍ଦ୍ରକୁ ଆସିଲେନି ସାଂସଦ । ଏସଡିଜେଏମ କୋର୍ଟରେ ଅନୁଭବ ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ମଧ୍ୟସ୍ଥତା ପାଇଁ କହିଥିଲେ। ମଧ୍ୟସ୍ଥତା ପାଇଁ ଆଜି ଦିନ ଧାର୍ଯ୍ୟ କରିଥିଲେ ଏସଡିଜେଏମ କୋର୍ଟ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ମଧ୍ୟସ୍ଥତା ଚାଲିଥିବାରୁ ସମୟ ମାଗିଲେ ଅନୁଭବ। ଆବଶ୍ୟକ ପଡ଼ିଲେ ପରବର୍ତ୍ତୀ ସମୟରେ ଆସିବେ ବୋଲି ଜଣାଇଲେ। ଆସନ୍ତା ୨୫ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ ହୋଇଛି।

ପାରିବାରିକ ବିବାଦ ନେଇ ବର୍ଷା ମହିଳା କମିଶନରଙ୍କ ଦ୍ୱାରସ୍ଥ ହୋଇଥିଲେ। ଅଭିଯୋଗକୁ ଭିତ୍ତିକରି କମିଶନ ଅନୁଭବ, ବର୍ଷା, ଅନୁଭବଙ୍କ ବାପା ଓ ମାଆଙ୍କୁ ହାଜର ପାଇଁ ନୋଟିସ୍ କରିଥିଲେ। ନୋଟିସ୍ ମୁତାବକ ପ୍ରଥମେ ବର୍ଷା ମହିଳା କମିଶନଙ୍କ ଅଫିସରେ ପହଞ୍ଚିଥିଲେ । ପରେ ସାଂସଦ ଅନୁଭବ ଆସିଥିଲେ। ହେଲେ ଅନୁଭବଙ୍କ ବାପା-ମାଆ ଆସିନଥିଲେ।