ଅଦିନିଆ ବର୍ଷା ଘଟାଇଥିବା କ୍ଷୟକ୍ଷତିର ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି।
ସେ କହିଛନ୍ତି, ପ୍ରାଥମିକ ଆକଳନ କରି ୩ ଦିନ ଭିତରେ କ୍ଷୟକ୍ଷତିର ରିପୋର୍ଟ ଦେବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଚୂଡ଼ାନ୍ତ ରିପୋର୍ଟ ଆସିବା ପରେ ପ୍ରକୃତ କ୍ଷୟକ୍ଷତି ସ୍ପଷ୍ଟ ହେବ। ଧାନ ବକ୍ରିଯୋଗ୍ୟ ହେଲେ ସେନେଇ ପଦକ୍ଷେପ ନିଆଯିବ।