Odia News Portal

ଆଜିଠୁ ବିଧାନସଭାର ବଜେଟ୍ ଅଧିବେଶନ

ଆଜିଠୁ ଆରମ୍ଭ ହେଉଛି ବିଧାନସଭାର ବଜେଟ୍ ଅଧିବେଶନ। ଦିନ ୧୧ଟାରେ ରାଜ୍ୟପାଳଙ୍କ ଅଭିଭାଷଣରୁ ଗୃହ ଆରମ୍ଭ ହେବ। ଏହାପରେ ମୁଖ୍ୟମନ୍ତ୍ରୀ ଗୃହରେ ଶୋକପ୍ରସ୍ତାବ ରଖିବେ। ଫେବ୍ରୁଆରୀ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଷୋଡଶ ବିଧାନସଭାର ୧୫ତମ ଅଧିବେଶନରେ ମୋଟ ୭ଟି କାର୍ଯ୍ୟଦିବସ ରହିଛି। ଆସନ୍ତା ୮ ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପ୍ରାୟ ୨ ଲକ୍ଷ ୬୦ ହଜାର କୋଟିର କାମଚଳା ବଜେଟକୁ ଗୃହରେ ଆଗତ କରିବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ। ସାଧାରଣ ନିର୍ବାଚନ ପୂର୍ବରୁ ଏହା ଶେଷ ଅଧିବେଶନ ହୋଇଥିବା ବେଳେ, ରାଜ୍ୟପାଳ ରଘୁବର ଦାସ ପ୍ରଥମ ଥର ପାଇଁ ଗୃହରେ ଅଭିଭାଷଣ ରଖିବେ। ସ୍ୱଳ୍ପ ଅଧିବେଶନରେ ନୂଆ ଓ ପୁରୁଣା ପ୍ରସଙ୍ଗକୁ ନେଇ ଗୃହ ବେଶ୍ ସରଗରମ ହେବା ସମ୍ଭାବନା ରହିଛି। ଗୃହକୁ ସୁରୁଖୁରୁରେ ଶେଷ କରିବା ପାଇଁ ବାଚସ୍ପତି ସର୍ବଦଳୀୟ ବୈଠକ କରି ଉଭୟ ବିରୋଧୀ ଓ ଶାସକଙ୍କ ସହଯୋଗ ଲୋଡିଛନ୍ତି।