Odia News Portal

ଆଜି ବିଭିନ୍ନ ଜିଲ୍ଲା ବୁଲିବେ ମୁଖ୍ୟମନ୍ତ୍ରୀ ଓ ଉପ-ମୁଖ୍ୟମନ୍ତ୍ରୀ

ଅଦିନିଆ ବର୍ଷାଜନିତ ଫସଲ କ୍ଷୟକ୍ଷତିର ଆକଳନ ପାଇଁ  ଉପକୂଳ ଜିଲ୍ଲା ବୁଲିବେ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ  । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସମେତ ଅନ୍ୟ ୩ଜଣ ମନ୍ତ୍ରୀ ବିଭିନ୍ନ ଜିଲ୍ଲା ଗସ୍ତରେ ଯିବେ ।

ମୁଖ୍ୟମନ୍ତ୍ରୀ ମୋହନ ମାଝି ଗଞ୍ଜାମ, ଗଜପତି ଓ ନୟାଗଡ଼ ଜିଲ୍ଲା ଗସ୍ତରେ ଯିବାର କାର୍ଯ୍ୟକ୍ରମ  ରହିଛି  । ନୟାଗଡ଼ ଜିଲ୍ଲାର ରଣପୁର, ଗଜପତିର ଗୋସାଣୀ ଓ ଗଞ୍ଜାମ ଜିଲ୍ଲାର ରଙ୍ଗେଇଲୁଣ୍ଡା / ଛତ୍ରପୁର ବ୍ଲକ ଯାଇ ଫସଲ କ୍ଷୟକ୍ଷତିର ଅନୁଧ୍ୟାନ କରିବା ସହ ଚାଷୀଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ  । 

ସେହିପରି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ କଟକ ଓ ଜଗତସିଂହପୁର, ପ୍ରଭାତୀ ପରିଡ଼ା ଭଦ୍ରକ ଓ ବାଲେଶ୍ୱର, ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କେନ୍ଦ୍ରାପଡ଼ା ଓ ଯାଜପୁର ଏବଂ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଖୋର୍ଦ୍ଧା ଜିଲ୍ଲା ଗସ୍ତରେ ଯିବେ ।

ଅନ୍ୟପଟେ ଆସନ୍ତା ୩୦ ତାରିଖ ଦିନ ବିରୋଧୀ ଦଳ ନେତା ନବୀନ ପଟନାୟକ ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ  । 

ଏହି ଗସ୍ତରେ ହିଞ୍ଜିଳି, ଶେରଗଡ଼, କବିସୂର୍ୟ୍ୟନଗର, ଆସିକା ଓ ଖଲିକୋଟ ଆଦି ସ୍ଥାନ ମାନଙ୍କରେ କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିବା ସହ କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟିବେ ।