Odia News Portal

ଆସନ୍ତାକାଲି ବିଜେଡିର ସଭାପତି ପ୍ରାର୍ଥୀ ଭାବେ ପ୍ରାର୍ଥୀପତ୍ର ଦାଖଲ କରିବେ ନବୀନ ପଟ୍ଟନାୟକ

ସାଧାରଣ ନିର୍ବାଚନ-୨୦୨୪ରେ ଶୋଚନୀୟ ପରାଜୟ ପରେ ବିଜୁ ଜନତା ଦଳ (ବିଜେଡି)କୁ ନିଜର ସଂଗଠନ ସଜାଡ଼ିବାର ଚିନ୍ତା ଲାଗିଛି। ଆସନ୍ତାକାଲି ବିଜେଡି ସଭାପତି ପ୍ରାର୍ଥୀ ଭାବେ ନବୀନ ପଟ୍ଟନାୟକ ପୁଣି ପ୍ରାର୍ଥୀପତ୍ର ଦାଖଲ କରିବେ ବୋଲି ଜଣାଯାଇଛି। ଅନ୍ୟ କେହି ବିଜେଡି ସଭାପତି ପଦ ଲାଗି ନାମାଙ୍କନ ଭରିବାର ସମ୍ଭାବନା ନଥିବାର ସେ ପୁଣି ଥରେ ବିଜେଡି ସଭାପତି ହେବା ନିଶ୍ଚିତ ବୋଲି କୁହାଯାଉଛି।

ଆସନ୍ତାକାଲି ବିଜେଡି ସଭାପତି ପ୍ରାର୍ଥୀ ଭାବେ ନବୀନ ପଟ୍ଟନାୟକ ପୁଣି ପ୍ରାର୍ଥୀପତ୍ର ଦାଖଲ କରିବେ ବୋଲି ଜଣାଯାଇଛି। ଅନ୍ୟ କେହି ବିଜେଡି ସଭାପତି ପଦ ଲାଗି ନାମାଙ୍କନ ଭରିବାର ସମ୍ଭାବନା ନଥିବାର ସେ ପୁଣି ଥରେ ବିଜେଡି ସଭାପତି ହେବା ନିଶ୍ଚିତ ବୋଲି କୁହାଯାଉଛି।
ସୂଚନାଯୋଗ୍ୟ, ବିଜେଡିର ସାଂଗଠନିକ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଯାଇଥିବା ବ‌େଳେ ମଙ୍ଗଳବାର ୧୮ଟି ଜିଲ୍ଲା ପାଇଁ ସଭାପତିଙ୍କ ନାମ ଘୋଷଣା ହୋଇଛି। ଏହି ତାଲିକାରେ ବରିଷ୍ଠ ତଥା ଅଭିଜ୍ଞ ନେତାଙ୍କୁ ଗୁରୁତ୍ବ ଦିଆଯାଇଛି। କନ୍ଧମାଳ, ବୌଦ୍ଧ ଓ ମୟୂରଭଂଜ ଜିଲ୍ଲା ପାଇଁ ବିଜେଡି ଅଭିଜ୍ଞ ତଥା ବରିଷ୍ଠ ନେତାଙ୍କୁ ସଭାପତି କରିଛି।