ଆସନ୍ତା ୧୭ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ୍ ଗଡ଼କରୀ । ଏ ନେଇ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ପ୍ରଦାନ କରିଛନ୍ତି । ରେଭେନ୍ସା ବିଶ୍ୱବିଦ୍ୟାଳୟ ଠାରେ ଅନୁଷ୍ଠିତ ହେବାକୁ ଥିବା ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ଉତ୍ସବରେ ଗଡ଼କରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହାପରେ ଏନଏଚଏଆଇ ପ୍ରକଳ୍ପର ସମୀକ୍ଷା ମଧ୍ୟ କରିବେ ।
ଭୁବନେଶ୍ବରରେ ଆୟୋଜିତ ଏକ ସାଧାରଣ ସଭାରେ ନୀତିନ ଗଡ଼କରୀ ବଡ ଘୋଷଣା କରିବାର ସୂଚନା ରହିଛି । ୫ ହଜାର କୋଟି ଟଙ୍କାର ୧୬ଟି ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବାର ରହିଛି କର୍ଯ୍ୟକ୍ରମ ।