ତିନି ମାସ ମଧ୍ୟରେ ରାଜ୍ୟ ସରକାର ନୂଆ ୟୁନିଫର୍ମ ଲ୍ୟାଣ୍ଡ ପିଲିସି ଆଣିବାକୁ ଯାଉଛନ୍ତି । କ୍ୟାବିନେଟ ବୈଠକରେ ଦିଆଯିବ ଅନୁମୋଦନ । ରାଜ୍ୟବ୍ୟାପୀ ଜଗନ୍ନାଥଙ୍କ ଜମି ବିବାଦ ଦୁଇ ବର୍ଷ ମଧ୍ୟରେ ତୁଟିବ ବୋଲି ଗୃହରେ କହିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଯେଉଁମାନେ ଅଧିବ ବର୍ଷ ଜଗନ୍ନାଥଙ୍କ ଜମି ଜବରଦଖଲ କରିଥିବେ ତାଙ୍କୁ ୧୦୦ ଡ଼ିସିମିଲ ଜାଗା ରିହାତି ଦରରେ ରାଜ୍ୟ ସରକାର ଯୋଗାଇ ଦେବେ ।
କୋରାପୁଟ ଜିଲ୍ଲାରେ ଜଗନ୍ନାଥ ଜମି ଯେଉଁଠି ଜବର ଦଖଲ ହୋଇଥିଲା ତାକୁ ଜବର ଦଖଲ ମୁକ୍ତ କରାଯାଇଛି । ସେଠାରେ ୨୭ ହାଜର ୪୧୦ ଏକର ଜଗନ୍ନାଥ ଜମି ଚିହ୍ନଟ ହୋଇଛି । ୨୪ ଟି ଜିଲ୍ଲାରେ ମୋଟ ୬୦ ହଜାର ୪୨୬.୯୪ ଏକର ଜଗନ୍ନାଥଙ୍କ ଜମି ରହିଛି । ୩୮ ହଜାର ୬୧ ଏକର ଜମିର ସଂଶ୍ୱଧିତ ଶେତ୍ୱଲିପି ରାଜ୍ୟ ସରକାରଙ୍କ ପାଖରେ ରହିଛି । ଯାହାର ଡିଜିଟାଇଜେସନ ପ୍ରକ୍ରିୟା ଜାରି ରହିଛି । ୨୨ ହଜାର ଏକର ଜମିର ଆରୋଆର ଯୋଗାଡ଼ ଚାଲିଛି । ରାଜ୍ୟ ବାହାରେ ୬ ଟି ପ୍ରଦେଶ ରେ ୩୯୫.୨୫ ଏକର ଜଗନ୍ନାଥ ଜମି ରହିଛି । ବିଧାନସଭା ପ୍ରଶ୍ନକାଳ ରେ ତଥ୍ୟ ରଖିଲେ ଆଇନ ମନ୍ତ୍ରୀ ।