୨୦୨୩-୨୪ ପାଇଁ ମିଶନ ଶକ୍ତି ବିଭାଗକୁ ୨୫୫୪ କୋଟିରୁ ଅଧିକ ଅର୍ଥ ବ୍ୟୟବରାଦ। ଗତବର୍ଷ ତୁଳନାରେ ୨୭ପ୍ରତିଶତ ଅଧିକ ଅର୍ଥ ବ୍ୟୟବରାଦ ଦିଆଯାଇଛି। ଏନେଇ ପ୍ରେସମିଟରେ ସୂଚନା ଦେଇଛନ୍ତି ମିଶନ ଶକ୍ତି ମନ୍ତ୍ରୀ ଓ ସଚିବ। ବଜେଟରେ ୨ଟି ନୂଆ ଯୋଜନା ଅନ୍ତର୍ଭୁକ୍ତ କରାଯାଇଛି। ଏସଏଚଜି ମାଆମାନଙ୍କୁ ଦିଆଯିବ ଇ-ସ୍କୁଟି । ଇସି ସଦସ୍ୟଙ୍କୁ ମିଳିବ ଇ-ସ୍କୁଟି। ସେଥିପାଇଁ ବଜେଟରେ ୫୦କୋଟି ଟଙ୍କାର ବ୍ୟୟ ବରାଦ ହୋଇଛି। ଇ-ସ୍କୁଟିରେ ୧ଲକ୍ଷ ଟଙ୍କାର ରିହାତି ପାଇବେ ମହିଳା। ୨୦୨୩-୨୪ ପାଇଁ ମିଶନ ଶକ୍ତି ବିଭାଗକୁ ୨୫୫୪କୋଟିରୁ ଅଧିକ ଅର୍ଥ ମିଳିଛି ।
ଗତବର୍ଷ ତୁଳନାରେ ୨୭ପ୍ରତିଶତ ଅଧିକ ଅର୍ଥ ଦିଆଯାଇଛି। ଏସଏଚଜିଙ୍କୁ ଏସ୍ଏମ୍ଇ ରେ ପରିଣତ କରିବା ଲକ୍ଷ୍ୟ ରଖାଯାଇଛି। ମାଆମାନେ ଉଦ୍ୟୋଗୀ ହୁଅନ୍ତୁ ବୋଲି ଚାହାଁନ୍ତି ମୁଖ୍ୟମନ୍ତ୍ରୀ। ମାଆମାନେ ଅଧିକ ସଶକ୍ତ ହେବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ। ଇଣ୍ଡଷ୍ଟ୍ରିଆଲ ପାର୍କ ପାଇଁ ୧୫୦କୋଟି ବ୍ୟୟ ବରାଦ ହୋଇଛି। ସବୁ ଏସଏଚଜିଙ୍କ ପାଇଁ ହେବ ଇଣ୍ଡଷ୍ଟ୍ରିଆଲ ପାର୍କ । ଏହାଛଡ଼ା ୫ଶହ ମିଶନ ଶକ୍ତି କାଫେ ଓ ବଜାର ଖୋଲିବାକୁ ଲକ୍ଷ୍ୟ ରଖାଯାଇଛି। ଫଳରେ ମିଶନଶକ୍ତି ମାଆ ମାନେ ସେମାନଙ୍କ ଉତ୍ପାଦ ସହଜରେ ବିକ୍ରି କରିପାରିବେ। ସାଧାରଣତଃ ପର୍ଯ୍ୟଟନସ୍ଥଳୀ ଓ ବଡ଼ ଜିଲ୍ଲାରେ ବଜାର ପାଇଁ ୩୭୦ କୋଟି ମିଳିଛି ।