Odia News Portal

କଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକ

କଂଗ୍ରେସ ଛାଡ଼ିଲେ ବିଜୟ ପଟ୍ଟନାୟକ। ଆଜି ସେ କଂଗ୍ରେସ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ମେଲ୍‌ ମାଧ୍ୟମରେ ସେ ନିଜର ଇସ୍ତଫାପତ୍ର ଏଆଇସିସିକୁ ପଠାଇ ଦେଇଛନ୍ତି। 

ପୂର୍ବତନ ମୁଖ୍ୟଶାସନ ସଚିବ ବିଜୟ ପଟ୍ଟନାୟକ ୨୦୨୩ ମସିହା ଫେବ୍ରୁଆରୀ ମାସରେ କଂଗ୍ରେସରେ ଯୋଗଦେଇଥିଲେ। ଆଉ ୨୦୨୪ ସାଧାରଣ ନିର୍ବାଚନରେ ପାରଳାଖେମୁଣ୍ଡିରୁ ନିର୍ବାଚନ ଲଢ଼ିଥିଲେ। ହେଲେ ସେହି ନିର୍ବାଚନରେ ସେ ପରାଜୟ ବରଣ କରିଥିଲେ।