ନବମ, ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନଭୋଜନ। ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଏଥିପାଇଁ ରାଜ୍ୟ ସରକାର ୫୭୦.୭୧ କୋଟି ଟଙ୍କା ବ୍ୟୟ କରିବେ। ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ବଜେଟ୍ରୁ ଖର୍ଚ୍ଚ ହେବ ବୋଲି ନିର୍ଦ୍ଦେଶାନମାରେ କୁହାଯାଇଛି।
ଏଥିସହିତ ଏଣିକି ପିଲାଙ୍କୁ ସ୍କୁଲରେ ୩ଟି ପୁଷ୍ଟିକର ଲଡୁ ସହ ଏକ ଅତିରିକ୍ତ ଅଣ୍ଡା ମିଳିବ। କାଲିର ନିର୍ଦ୍ଦେଶନାମାରେ ପରିବର୍ତ୍ତନ ନେଇ ଗଣଶିକ୍ଷା ବିଭାଗର ସୂଚନା ଦେଇଛି। ସୋମବାର, ବୁଧବାର, ଶୁକ୍ରବାର ପିଲାଙ୍କୁ ଅଣ୍ଡା ଦିଆଯିବ। ମଙ୍ଗଳବାର, ଗୁରୁବାର, ଶନିବାର ପୋଷଣଯୁକ୍ତ ଲଡୁ ମିଳିବ। ଶିଶୁବାଟିକାଠୁ ଦଶମ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ଏହା ମିଳିବ। ପିଏମ୍ ପୋଷଣ ଓ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନା ଅନୁସାରେ ଏହା ମିଳିବ ବୋଲି ନିର୍ଦ୍ଦେଶାନମାରେ କୁହାଯାଇଛି।