Odia News Portal

ପବିତ୍ର ଦୀପାବଳି ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଆଜି ଆଲୋକର ପର୍ବ ଦୀପାବଳି । ପବିତ୍ର ଦୀପାବଳି ଉପଲକ୍ଷେ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିକାଶର ଆଲୋକ ସମସ୍ତଙ୍କ ଜୀବନକୁ ଆଲୋକିତ କରୁ ବୋଲି ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି।

ଅନ୍ୟପଟେ ଆଲୋକର ପର୍ବ ଦୀପାବଳୀ ପାଇଁ ଚଳଚଂଚଳ ଗାଁ ଠୁ ସହର । ରଙ୍ଗୀନ ଆଲୋକରେ ସଜେଇ ହୋଇଛି ଘରଠୁ ଅଫିସ୍ । ଚାରିଆଡେ ଖୁସିରେ ଲୋକମାନେ ପାଳୁଛନ୍ତି ଶୁଭ ଦୀପାବଳିକୁ। ହିନ୍ଦୁ ପରାମ୍ପରାରେ ଆଲୋକର ଏକ ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିଛି। ଅନ୍ଧକାର ହେଲା ଦୁଷ୍ଟ ତଥା ନକାରାତ୍ମକ ଶକ୍ତିର ପ୍ରତୀକ ଆଉ ଆଲୋକ ଅର୍ଥ ପବିତ୍ରତା। ଏହା ଏକ ପ୍ରକାର ସକାରାତ୍ମକ ଶକ୍ତି। ତେଣୁ ଏହି ଦିନ ଘରକୁ ଆଲୋକରେ ସଜାଇ ଲୋକେ ନକରାତ୍ମକ ଶକ୍ତିକୁ ଘରୁ ବାହାର କରିଦେବାକୁ ଆଲୋକ ଜାଳନ୍ତି ବୋଲି କୁହାଯାଏ।

କୁହାଯାଏ କି, ଅନ୍ଧାରକାର ନକାରାତ୍ମକ ଶକ୍ତିକୁ ଅଧିକ ପ୍ରଭାବଶାଳୀ କରିଦିଏ। ଏହି ଅନ୍ଧକାର ଏବଂ ନକାରାତ୍ମକ ଶକ୍ତି ଉପରେ ବିଜୟ ହାସଲ କରିବାକୁ ଆଲୋକର ଆବଶ୍ୟକତା ପଡ଼େ। ତେଣୁ ଅମାବାସ୍ୟାର ଅନ୍ଧକାରକୁ ଦୂର କରିବା ପାଇଁ ସାରା ବିଶ୍ୱରେ ଆଲୋକ ଜାଳନ୍ତି। ଏହାଛଡ଼ା ଚାରିଆଡ଼େ ଆଲୋକିତ ହେଉଥିବା ରଶ୍ମୀ ଏକପ୍ରକାର ଏକାଗ୍ରତାର ପରିଚୟ ବି ଦିଏ।