Odia News Portal

ପୂର୍ବତନ ମନ୍ତ୍ରୀ ରାମକୃଷ୍ଣଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଙ୍କ ଶୋକ

ରାଜନେତା ରାମକୃଷ୍ଣ ପଟ୍ଟନାୟକ ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ସ୍ୱର୍ଗତ ରାମକୃଷ୍ଣ ପଟ୍ଟନାୟକ ଜଣେ ଅଭିଜ୍ଞ ଜନନେତା ଓ ପ୍ରଶାସକ ଥିଲେ । ବିଜୁ ବାବୁଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ଜନସେବାରେ ନିଜକୁ ନିୟୋଜିତ କରିଥିଲେ ।
ଓଡ଼ିଶାର ବିକାଶ କ୍ଷେତ୍ରରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଥିଲା । ତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।
ରାମକୃଷ୍ଣ ପଟ୍ଟନାୟକ କୃଷି,ଗ୍ରାମ୍ୟ ଉନ୍ନୟନ୍ନ, ଅର୍ଥମନ୍ତ୍ରୀ ସହ ଏକାଧିକ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ । ଗଞ୍ଜାମ କୋଦଳାରୁ ବିଧାନସଭାକୁ ୬ ଥର ନିର୍ବାଚିତ ହୋଇଥିଲେ ରାମକୃଷ୍ଣ । ଜନତା ପାର୍ଟି, ଜନତା ଦଳ ଓ ବିଜେଡି ଦଳ ଟିକେଟରେ ନିର୍ବାଚିତ ହୋଇ ବିଧାନସଭାକୁ ଆସିଥିଲେ । ୧୯୭୧ରେ ପ୍ରଥମ ଥର ପାଇଁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ରାମକୃଷ୍ଣ । ପରେ ୧୯୭୭, ୧୯୮୦, ୧୯୯୦, ୧୯୯୫ ଓ ୨୦୦୦ ମସିହାରେ ସେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।