ସୁଭଦ୍ରା ଶକ୍ତି ମେଳା କରିବେ ନୂଆ ସରକାର । ୨୨ ଫେବୃଆରୀରୁ ମାର୍ଚ୍ଚ ୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଭୁବନେଶ୍ବରରେ ପ୍ରଥମ ଥର ପାଇଁ ସୁଭଦ୍ରା ଶକ୍ତି ମେଳା ୨୦୨୫” ଅନୁଷ୍ଠିତ ହେବାକୁ ଯାଉଛି । ଏହି ମେଳାରେ ରାଜ୍ୟର ବିଭିନ୍ନପ୍ରାନ୍ତରୁ ଆସିଥିବା ସ୍ଵୟଂ ସହାୟକ ଗୋଷ୍ଠୀ (ଏସ୍ଏଚ୍) ଏବଂ ଉତ୍ପାଦକ ଗୋଷ୍ଠୀ ଅଂଶଗ୍ରହଣ କରିବା ସହ ପ୍ରାୟ ୩୦୦ ରୁ ଅଧିକ ଷ୍ଟଲ ମାଧ୍ୟମରେ ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କ ଦ୍ବାରା ପ୍ରସ୍ତୁତ ସାମଗ୍ରୀର ପ୍ରଦର୍ଶନୀ ସହିତ ବିକ୍ରି ହେବ ।
ମାର୍ଚ୍ଚ ୨ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ୯ ଦିନିଆ ଭବ୍ୟ ପ୍ରଦର୍ଶନୀରେ ବିଭିନ୍ନ ପ୍ରକାରର ହସ୍ତଶିଳ୍ପ ଏବଂ ଅର୍ଗାନିକ୍ ଉତ୍ପାଦ ପ୍ରଦର୍ଶିତ ହେବ, ଯାହା ଦର୍ଶକମାନଙ୍କୁ ମିଶନ ଶକ୍ତି ମହିଳାମାନଙ୍କର ସୃଜନଶୀଳତା, ଦକ୍ଷତା ଏବଂ ଉଦ୍ୟୋଗିତା ଦେଖିବାର ଏକ ଅନନ୍ୟ ସୁଯୋଗ ପ୍ରଦାନ କରିବ । ହସ୍ତଶିଳ୍ପ, ଟେରାକୋଟା, ବାଉଁଶ ଶିଳ୍ପ, ହସ୍ତତନ୍ତ ଏବଂ ଘରୋଇ ଆବଶ୍ୟକୀୟ ସାମଗ୍ରୀଠାରୁ ଆରମ୍ଭ କରି ସ୍ବାସ୍ଥ୍ୟ ଏବଂ ୱେଲନେସ୍ ଉତ୍ପାଦ, ଜୈବିକ ଖାଦ୍ୟ ସାମଗ୍ରୀ, ମସଲା, ମିଷ୍ଟାନ୍ନ ଏବଂମିଲେଟ୍-ଭିଭିକ ବ୍ୟଞ୍ଜନ ପର୍ଯ୍ୟନ୍ତ, ଉଚ୍ଚ ଗୁଣବତ୍ତା ଏବଂ ଦୀର୍ଘସ୍ଥାୟୀ ଉତ୍ପାଦଗୁଡ଼ିକ ପ୍ରଦର୍ଶିତ ହେବ।
ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଦର୍ଶକମାନେ, ମହିଳା ଉଦ୍ୟୋଗୀମାନଙ୍କଠାରୁ ସିଧାସଳଖ ହାତ ତିଆରି ଉତ୍ପାଦ କ୍ରୟ କରିବାର ସୁଯୋଗ ପାଇବେ, ଯାହା ସେମାନଙ୍କର ଆର୍ଥିକ ସଶକ୍ତିକରଣରେ ମଧ୍ୟ ସହାୟକ ହେବ।