Odia News Portal

ମିଶନ ଶକ୍ତିକୁ ନେଇ ରାଜ୍ୟ ସରକାରଙ୍କ ବଡ଼ ପ୍ଲାନ : ବଦଳିବ ମିଶନ ଶକ୍ତି ଢାଞ୍ଚା

ପ୍ରତି ପରିବାରକୁ ସ୍ୱୟଂ ସହାୟକ ଗୋଷ୍ଠୀ ସହ ଯୋଡିବାକୁ କେନ୍ଦ୍ର ସରକାର କହିଥିଲେ । ହେଲେ ପୂର୍ବ ସରକାରରେ ବହୁତ ବଂଚିତ ରହିଛନ୍ତି ପରିବାର । କିଛି ନିର୍ଦ୍ଦିଷ୍ଟ ଗୋଷ୍ଠୀର ମହିଳାଙ୍କୁ ବାହାର କରି ଦେଇଥିଲେ ।  ଏବେ ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ପ୍ରୟାସ କରି ସବୁ ଘରକୁ ଗ୍ରୁପ ସହ ଯୋଡିବାକୁ ଚେଷ୍ଟା ଆରମ୍ଭ ହୋଇଛି । ପୂର୍ବରୁ ରାଜନୈତିକ ଉଦ୍ଦେଶ୍ୟ ରଖି ଲୋକଙ୍କୁ ଗ୍ରୁପ ସହ ଯୋଡି ଥିଲେ ।

ଏବେ ସମସ୍ତେ ଜିପିଏଲର ନିର୍ବାଚନରେ ଭାଗ ନେବାର ସୁଯୋଗ ମିଳିବ।  ପୂର୍ବରୁ ଯେଉଁମାନେ ସଭାପତି ଓ ସମ୍ପାଦକ ଅଛନ୍ତି, ସେମାନଙ୍କୁ ବାହାର କରି ନୂଆ ଲୋକ ହେବେ । ତା ଅର୍ଥ ତୃଣମୂଳ ସ୍ତରରେ ନେତୃତ୍ୱ ସୃଷ୍ଟି ପାଇଁ ଚେଷ୍ଟା ହେବ । ଚଳିତ ମାସରେ ସ୍ଵୟଂ ସହାୟକ ଗୋଷ୍ଠୀକୁ ରି ଅର୍ଗାନାଇଜ କରାଯିବ । ଏହା ପର ମାସରେ ଜିପିଏଲଫ ଓ ସିଏଲଫ, ବିଏଲଏଫଙ୍କୁ ଜିଲ୍ଲା ସ୍ତର ଓ ରାଜ୍ୟ ସ୍ତରରେ ନୂଆ ନିଯୁକ୍ତି ଦିଆଯିବ ।  

ଯେଉଁମାନେ ୨ ଥର ୪ବର୍ଷରୁ ଅଧିକ ରହି ସାରିଛନ୍ତି  । ସେମାନେ ଆଉ ରହି ପାରିବେନି।  ପୂର୍ବ ସରକାର ସେମାନଙ୍କ ଭୋଟ ପାଇଁ ରାଜନୈତିକ ଉଦ୍ଦେଶ୍ୟ ରଖି ତିଆରି କରାଯାଇଥିଲା । ସେଥିପାଇଁ ରାଜ୍ୟରେ  ssgଙ୍କ ରେଜିଷ୍ଟ୍ରେସନ ନାହିଁ। ବିନା ରେଜିଷ୍ଟ୍ରେସନରେ କୋଟି କୋଟି ଟଙ୍କା ଦିଆଯାଇଛି  ।  ରେଜିଷ୍ଟ୍ରେସନ ନ ଥିବାରୁ ଅଡ଼ିଟ ନାହିଁ । ଯେଉଁଠି ରେଜିଷ୍ଟ୍ରେସନ ନାହିଁ ଓ ଅଡ଼ିଟ ନାହିଁ  ତାର ଉଦ୍ଦେଶ୍ୟ କଣ ଜଣା ପାଡୁଛି । କିନ୍ତୁ ଏବେ ମହିଳାଙ୍କ ବିକାଶ ପାଇଁ କାମ କରିବେ ନୂଆ ସରକାର । ପାତର ଅନ୍ତର ହେବ ନାହିଁ ।