ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆଜି ପୂର୍ବାହ୍ନ ୧୧ଟାରେ ଆରମ୍ଭ ହୋଇଥିବା ବେଳେ ନିଜ ଅଭିଭାଷଣ ରଖିଛନ୍ତି ରାଜ୍ୟପାଳ ରଘୁବର ଦାସ । ବିଜେପି କ୍ଷମତାକୁ ଆସିବା ପରେ ଏହା ମୋହନ ସରକାରର ପ୍ରଥମ ବଜେଟ୍ ଅଧିବେଶନ। ୨୫ରେ ଉପସ୍ଥାପନ ହେବ ୨୦୨୪-୨୫ର ପୂର୍ଣ୍ଣାଙ୍ଗ ବଜେଟ୍ ।
ରାଜ୍ୟପାଳଙ୍କ ଅଭିଭାଷଣ ଆରମ୍ଭରୁ ଗୃହରେ ପ୍ରବଳ ହଟ୍ଟଗୋଳ ହେବା ସହ କକ୍ଷତ୍ୟାଗ କରିଛନ୍ତି ବିରୋଧୀ ବିଜେଡି ଓ କଂଗ୍ରେସ ବିଧାୟକ । ଓଡ଼ିଆ ଅସ୍ମିତାକୁ ପ୍ରସଙ୍ଗ କରି କକ୍ଷତ୍ୟାଗ କରିଛନ୍ତି ଏହି ଦୁଇ ଦଳର ବିଧାୟକ ।
ଆଜି ବିଧାନସଭାର ପ୍ରଥମ ଅଧିବେଶନ ଅବସରରେ ନିଜ ଅଭିଭାଷଣରେ ରାଜ୍ୟପାଳ ରଘୁବର ଦାସ କ’ଣ କହିଛନ୍ତି ପଢ଼ନ୍ତୁ ।
- ମୋ ସରକାର ନିରପେକ୍ଷତାର ସହ କାମ କରିବ ।
- ଯୁବକଙ୍କୁ ରୋଜଗାର ମୋ ସରକାରର ପ୍ରାଥମିକତା ।
- ଯେଉଁ ପ୍ରତିଶ୍ରୁତି ଦିଆଯାଇଛି, ତାହା ପୂରଣ କରାଯିବ ।
- ସରକାର ଗଠନ ହେବା ମାତ୍ରେ କିଛି ପ୍ରତିଶ୍ରୁତି ପୂରଣ ହୋଇଛି।
- ଜଗନ୍ନାଥ ସଂସ୍କୃତି, ଓଡ଼ିଆ ଅସ୍ମିତା ପାଇଁ କାମ କରିବୁ।
- କୃଷକଙ୍କ ଉନ୍ନତି ପାଇଁ ସବୁ ପ୍ରକାର ବ୍ୟବସ୍ଥା କରିବୁ।
- କୃଷକଙ୍କୁ ସଶକ୍ତ କରିବା ପାଇଁ ପିଏମ୍ କିଷାନ ଲାଗୁ କରିବୁ।
- ମତ୍ସ୍ୟଚାଷ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ ।
- ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ସ୍ୱପ୍ନ ପୂରଣ ଲକ୍ଷ୍ୟ
- ସମୃଦ୍ଧ କୃଷି ନୀତି ପ୍ରଚଳନ କରି କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣିବୁ ।
- ଏହି ନୀତି ଅଧୀନରେ ଧାନ କ୍ୱିଣ୍ଟାଲ ପିଛା ୩୧ ଶହ ଟଙ୍କା ଦିଆଯିବ ।
- ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର ୪୮ ଘଣ୍ଟା ମଧ୍ୟରେ ପ୍ରଦାନ କରାଯିବ ।
- କୃଷକଙ୍କ ଆୟ ବୃଦ୍ଧି ମୋ’ ସରକାରର ମୂଳ ଲକ୍ଷ୍ୟ ।
- ଶୀତଳ ଭଣ୍ଡାର ସୁବିଧା, ପ୍ରକ୍ରିୟାକରଣ ୟୁନିଟ, ଯୋଗାଣ ଶୃଙ୍ଖଳିତ ହେବ ।
- ମଣ୍ଡିରେ ଶସ୍ୟ ଭଣ୍ଡାର, କୃଷକ ବିଶ୍ରାମ ଗୃହ ରହିବ ।
- ବଜାର ଜାତୀୟ ଶସ୍ୟ ଉତ୍ପାଦନ, ବ୍ୟବହାର ବୃଦ୍ଧି ପଦକ୍ଷେପ ନେବୁ।
- ଓଡ଼ିଶାରେ ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ଆଣିବାକୁ ପ୍ରତିଶ୍ରୁତିବଦ୍ଧ ।
- ଶିକ୍ଷକ ପ୍ରଶିକ୍ଷଣ, ଗ୍ରାମାଞ୍ଚଳରେ ଡିଜିଟାଲ ଭିତ୍ତିଭୂମି ସମ୍ପ୍ରସାରଣ ହେବ।
- ସାରା ରାଜ୍ୟରେ ୩ ହଜାର ନୂଆ ଡାକ୍ତରଙ୍କୁ ନିଯୁକ୍ତି ଦିଆଯିବ।
- ଜିଲ୍ଲା ମେଡିକାଲ୍ରେ ପ୍ରସୂତୀ, ଶିଶୁ ରୋଗ ବିଶେଷଜ୍ଞ ନିଶ୍ଚିତ ରହିବେ ।
- ଉପକେନ୍ଦ୍ର ଓ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ନାଁ ‘ଆରୋଗ୍ୟ ମନ୍ଦିର’ କରାଯିବ ।
- ପ୍ରତି ସିଏଚ୍ସିରେ ଗୋଟିଏ ଭ୍ରାମ୍ୟମାଣ୍ୟ ୟୁନିଟ୍ ରହିବ।
- ୨୦୩୦ ସୁଦ୍ଧା ରାଜ୍ୟକୁ ମ୍ୟାଲେରିଆ ମୁକ୍ତ କରାଯିବ।